2ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
3କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।
5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
6ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,