କଲସୀୟ 3

ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,

Colossians 3:6 (UKJV) For which things' sake the wrath of God comes on the children of disobedience:

4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।

5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;

6ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,

7ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।

8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.