7ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
9ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
11ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।