କଲସୀୟ 4

କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।

Colossians 4:13 (UKJV) For I bear him record, that he has a great zeal for you, and them that are in Laodicea, and them in Hierapolis.

11ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି।

12ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।

13କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।

14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

15ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.