କଲସୀୟ 4

ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Colossians 4:14 (UKJV) Luke, the beloved physician, and Demas, greet you.

12ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।

13କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।

14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

15ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

16ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.