କଲସୀୟ 4

ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।

Colossians 4:16 (UKJV) And when this epistle is read among you, cause that it be read also in the church of the Laodiceans; and that all of you likewise read the epistle from Laodicea.

14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

15ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

16ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।

17ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।

18ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.