କଲସୀୟ 4

ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,

Colossians 4:3 (UKJV) Likewise praying also for us, that God would open unto us a door of utterance, to speak the mystery of Christ, for which I am also in bonds:

1ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।

2ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;

3ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,

4ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ।

5ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.