3ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
4ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ।
5ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;