କଲସୀୟ 4

ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

Colossians 4:7 (UKJV) All my state shall Tychicus declare unto you, who is a beloved brother, and a faithful minister and fellow servant in the Lord:

5ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।

6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।

7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

8ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

9ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.