କଲସୀୟ 4

ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

Colossians 4:8 (UKJV) Whom I have sent unto you for the same purpose, that he might know your estate, and comfort your hearts;

6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।

7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;

8ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

9ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।

10ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.