ଦାନିୟେଲ 1

ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।

Daniel 1:14 (UKJV) So he consented to them in this matter, and proved them ten days.

12“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।

13ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”

14ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।

15ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।

16ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.