13ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
14ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।