14ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।