ଦାନିୟେଲ 1

ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।

Daniel 1:19 (UKJV) And the king communed with them; and among them all was found none like Daniel, Hananiah, Mishael, and Azariah: therefore stood they before the king.

17ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।

18ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।

19ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।

20ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।

21ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.