1ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
4ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।