19ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।