ଦାନିୟେଲ 1

ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ

Daniel 1:3 (UKJV) And the king spoke unto Ashpenaz the master of his eunuchs, that he should bring certain of the children of Israel, and of the king's seed, and of the princes;

1ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।

2ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।

3ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ

4ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।

5ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.