ଦାନିୟେଲ 1

ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।

Daniel 1:6 (UKJV) Now among these were of the children of Judah, Daniel, Hananiah, Mishael, and Azariah:

4ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।

5ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।

6ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।

7ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।

8ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.