5ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।
8ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।