ଦାନିୟେଲ 1

ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।

Daniel 1:9 (UKJV) Now God had brought Daniel into favour and tender love with the prince of the eunuchs.

7ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।

8ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।

9ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।

10ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”

11ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.