14ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।”
15ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
16ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
17କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”
18ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।