15ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
16ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।
17କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”
18ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।
19ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”