ଦାନିୟେଲ 10

ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।

Daniel 10:21 (UKJV) But I will show you that which is noted in the scripture of truth: and there is none that holds with me in these things, but Michael your prince.

19ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”

20ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।

21ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.