2ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।
3ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
4ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,
5ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
6ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।