5ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟି ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;
6ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।
7ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
8ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
9ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।