ଦାନିୟେଲ 10

ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।

Daniel 10:8 (UKJV) Therefore I was left alone, and saw this great vision, and there remained no strength in me: for my loveliness was turned in me into corruption, and I retained no strength.

6ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।

7ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।

8ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।

9ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।

10ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.