7ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
8ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
9ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।
10ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।
11ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।