11ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।
12ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।
13ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।
14ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।
15ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।