ଦାନିୟେଲ 11

ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।

Daniel 11:14 (UKJV) And in those times there shall many stand up against the king of the south: also the robbers of your people shall exalt themselves to establish the vision; but they shall fall.

12ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।

13ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।

14ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।

15ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।

16ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.