16ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।
17ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।
18ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।
19ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ।
20ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।