24ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।
25ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।
26ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।
27ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
28ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।