ଦାନିୟେଲ 11

ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।

Daniel 11:3 (UKJV) And a mighty king shall stand up, that shall rule with great dominion, and do according to his will.

1ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।

2ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।

3ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।

4ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ।

5ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.