ଦାନିୟେଲ 11

କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।

Daniel 11:30 (UKJV) For the ships of Chittim shall come against him: therefore he shall be grieved, and return, and have indignation against the holy covenant: so shall he do; he shall even return, and have intelligence with them that forsake the holy covenant.

28ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।

29ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।

30କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।

31ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।

32ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.