30କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।
31ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
32ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
33ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
34ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।