32ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
33ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
34ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।
35ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
36ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।