35ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
36ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
37ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।
38ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।
39ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।