39ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।
40ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
41ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।
42ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।
43ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।