ଦାନିୟେଲ 11

ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।

Daniel 11:43 (UKJV) But he shall have power over the treasures of gold and of silver, and over all the precious things of Egypt: and the Libyans and the Ethiopians shall be at his steps.

41ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।

42ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।

43ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।

44ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍‍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।

45ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.