42ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।
43ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।
44ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।
45ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।