6ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
7ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
8ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
9ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।
10ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।