7ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
8ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
9ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।
10ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
11ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।