1ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
2ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
3ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”