ଦାନିୟେଲ 2

କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।

Daniel 2:10 (UKJV) The Chaldeans answered before the king, and said, There is not a man upon the earth that can show the king's matter: therefore there is no king, lord, nor ruler, that asked such things at any magician, or astrologer, or Chaldean.

8ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।

9ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”

10କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।

11ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”

12ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.