11ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
12ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
13ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
14ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
15ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।