ଦାନିୟେଲ 2

ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।

Daniel 2:15 (UKJV) He answered and said to Arioch the king's captain, Why is the decree so hasty from the king? Then Arioch made the thing known to Daniel.

13ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍‍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।

14ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;

15ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।

16ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।

17ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.