17ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
18ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
19ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
20ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
21ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;