ଦାନିୟେଲ 2

ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”

Daniel 2:25 (UKJV) Then Arioch brought in Daniel before the king in haste, and said thus unto him, I have found a man of the captives of Judah, that will make known unto the king the interpretation.

23ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”

24ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”

25ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”

26ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”

27ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.