25ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
26ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
27ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
28ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
29ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।