ଦାନିୟେଲ 2

ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Daniel 2:29 (UKJV) As for you, O king, your thoughts came into your mind upon your bed, what should come to pass hereafter: and he that reveals secrets makes known to you what shall come to pass.

27ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;

28ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;

29ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

30ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।

31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.