28ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
29ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
30ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,